ଦୁର୍ଘଟଣାରାଜ୍ୟ

କାଉଡିଆଙ୍କ ଉପରେ ମାଡିଗଲା ଟ୍ରକ୍କ

ଉତ୍ତରାଖଣ୍ଡ: ଟ୍ରକ ଧକ୍କାରେ ୫ କାଉଡିଆ ମୃତ, ୨ ଗୁରୁତର। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ହାଥରସରେ। ସୂଚନା ଅନୁଯାୟୀ, କାଉଡିଆମାନେ ହିରିଦ୍ୱାରରୁ ଗଙ୍ଗାଜଳ ଉଠାଇ ଗ୍ୱାଲିଅର ଅଭିମୁଖେ ବୋଲବୋମ୍ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍କ କାଉଡିଆଙ୍କ ଉପରେ ମାଡି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ୫ କାଉଡିଆଙ୍କର ମୃତ୍ୟୁ ହୋଇଛି। ଏବଂ ୨ ଜଣ ଗୁରୁତର ହୋଇଛନ୍ତି। ତେବେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲକୁ ପଠାଇଛି। ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ଆଗ୍ରା ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଘଟଣାକୁ ନେଇ ପୋଲିସ ତଦନ୍ତ ଜାରି ରଖିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚାରା କରୁଛି।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗି ଆଦିତ୍ୟନାଥ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ଆତ୍ମାକୁ ଶାନ୍ତି କାମନା କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଆହାତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ସେ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଶୁଭଲକ୍ଷ୍ମୀ ସାହୁଙ୍କ ରିପୋର୍ଟ

Related Articles

Leave a Reply

Your email address will not be published.

Back to top button