ଗଛରେ ପିଟିହେଲା ପିକଅପ ଭ୍ୟାନ

ବୌଦ୍ଧ ଜିଲ୍ଲା ୫୭ ନମ୍ୱର ଜାତୀୟ ରାଜପଥ ଜହ୍ନାପଙ୍ଗ ନିକଟରେ ଦୁର୍ଘଟଣା। ଭାରସାମ୍ୟ ହରାଇ ଗଛରେ ପିଟିହେଲା ପିକଅପ ଭ୍ୟାନ। ଫଳରେ ୯ ଶ୍ରମିକ ଆହତ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି। ଆହତଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ ବୌଦ୍ଧ ରୁ ସୋନପୁର ଅଭିମୁଖେ ଏକ ପିକଅପ ଭ୍ୟାନ ୧୦ ଜଣ ଶ୍ରମିକଙ୍କୁ ନେଇ ଯାଉଥିବା ବେଳେ ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଜହ୍ନାପଙ୍ଗ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଓଲଟି ପଡିଥିଲା । ଫଳରେ ଗାଡ଼ିରେ ଥିବା ୯ ଜଣ ଆହତ ହୋଇଥିବା ବେଳେ ୨ ଜଣଙ୍କୁ  ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି । ଗୁରୁତର ଶ୍ରମିକଙ୍କୁ  ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *