ଗୁଜରାଟର ପୋରବନ୍ଦର ବିମାନବନ୍ଦରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଅଗ୍ନିଶମ ଏବଂ ଡାକ୍ତରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଡିଏମ୍ ଏବଂ ଏସପି ଘଟଣାସ୍ଥଳରେ ପହଞ୍ଚିଛନ୍ତି।ଖବର ଅନୁଯାୟୀ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ପରେ ଏହି ଦୁର୍ଘଟଣା ଘଟିଛି। ବିମାନରେ ଦୁଇଜଣ ପାଇଲଟ୍ ଏବଂ ଅନ୍ୟ ତିନି ଜଣ ଥିଲେ। ପ୍ରାରମ୍ଭିକ ସୂଚନା ଅନୁଯାୟୀ ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now