ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ଦୁର୍ଘଟଣା : ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

Spread the love

ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟଣା। ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି । ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କ୍ଷତିପୂରଣ ରାଶି ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୨ଲକ୍ଷ ଓ ଆହତଙ୍କୁ ୫୦ ହଜାର ଲେଖାଁଏ ସହାୟତା ରାଶି ଘୋଷଣା କରାଯାଇଛି । ସେପଟେ ମେଡିକାଲକୁ ଯାଇ ଆହତ ମାନଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । ଶନିବାର ୨୩ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏବେ ଯାତ୍ରୀବାହି ଗାଡ଼ି ରୁଦ୍ରପ୍ରୟାଗ ରତୌଲି ନିକଟରେ ଭାରସାମ୍ୟ ହରାଇ ୬୦୦ଫୁଟ ତଳକୁ ନଦୀ ଭିତରକୁ ଖସି ପଡ଼ିଥିଲା । ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ୮ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ସମେତ ଆହତ ମାନଙ୍କୁ ଉଦ୍ଧାର କରିଥିଲେ ।

Leave a Reply

Your email address will not be published. Required fields are marked *