Jaleswar Accident: ବସ୍-ଅଟୋ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ବସ୍ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ଘଟି ,ଜଣେ ଅଟୋ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି ।
ରାସ୍ତାରେ ଘଟିଛି ଭୟଙ୍କର ଦୁର୍ଘଟଣା , ଦୁର୍ଘଟଣାରେ ଚାପି ହୋଇଗଲେ ଅଟୋ ଡ୍ରାଇଭର | ଘଟଣାଟି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ବସ୍ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ଘଟି ,ଜଣେ ଅଟୋ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ୫୭ ନମ୍ବର ରାଜ୍ୟ ରାଜପଥର କଚୁଆଡି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ଚନ୍ଦନେଶ୍ୱର ପଟୁ ଆସୁଥିବା ‘ରଘୁନାଥ’ ନାମକ ଏକ ବସ୍ ଓଟୋକୁ ଧକ୍କା ଦେଇଥିଲା ଟ୍ରକ । ଧକ୍କା ଏତେ ଜୋରଦାର ଥିଲା ଯେ ଅଟୋଟି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିବାବେଳେ ଡ୍ରାଇଭର ଗାଡ଼ି ଭିତରେ ଚାପି ହୋଇଯାଇଥିଲେ । ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ । ପରେ ଗୁରୁତର ଅଟୋ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ଦୁର୍ଘଟଣା ଖବର ପାଇ କମର୍ଦ୍ଦା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ପରେ ‘ରଘୁନାଥ’ ବସ୍କୁ କମର୍ଦ୍ଦା ଥାନାରେ ଅଟକ ରଖାଯାଇଛି । ଦୁର୍ଘଟଣାର ପ୍ରକୃତ କାରଣ ଓ ଅନ୍ୟାନ୍ୟ ତଥ୍ୟ ସମ୍ପର୍କରେ ପୁଲିସ ତଦନ୍ତ ଜାରି ରଖିଛି।
