ଆଜି ହେଉଛି ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତୀଥି। ଏହି ପବିତ୍ର ତୀଥିରେ ୨୦୨୫ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବାର ପରମ୍ପରା ରହିଛି। ବିଶ୍ୱ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ। ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଆଜି ଅନୁକୁଳ ହେବାର ବିଧି ରହିଛି। ଏଥିଲାଗି ଗତକାଲି ରଥଖଳାକୁ ପରିଷ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯାଇଛି। ସ୍ୱତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାଥନା କରାଯିବ। ତେବେ ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବା ସହ ଆସନ୍ତା ଅକ୍ଷୟ ତୃତୀୟା ଦିନ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ସେପଟେ ଶ୍ରୀ ମନ୍ଦିର ରେ ମହାପ୍ରଭୁ ଙ୍କ ପଦ୍ମ ବେଶ ଦର୍ଶନ କରୁଛନ୍ତି ଭକ୍ତ l ଗତକାଲି ମହାପ୍ରଭୁ ବଡ଼ ସିଂହାର ବେଶରେ ପଦ୍ମ ବେଶକୁ ଧାରଣ କରି ଶୟନ କରିଥିଲେ । ଆଜି ମହାପ୍ରଭୁଙ୍କ ଏହି ଦୁଲଭ ପଦ୍ମ ବେଶକୁ ଅବକାଶ ନୀତି ପର୍ଯ୍ୟନ୍ତ ଦର୍ଶନ କରିବେ ଭକ୍ତ l
Naxatra News is now on Whatsapp
Join and get latest news update delivered to you via whatsapp
Join Now