କଳିଙ୍ଗ ବାଲିଯାତ୍ରା ମହୋତ୍ସବର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଉଦଘାଟିତ ହେଲା ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ 2025 । ସ୍ଥାନୀୟ ବିଜୁ ମୈଦାନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅୟୋଜିତ ବାଲିଯାତ୍ରା କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ । ଏହି ସ୍ଥାନରେ ସ୍ଥାନୀୟ ବିଧାୟକ ତଥା ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସାଂସଦ ଡଃ ବିଭୁ ପ୍ରସାଦ ତରାଇ, ବିଧାୟକ ତିର୍ତ୍ତୋଲ ରମାକାନ୍ତ ଭୋଇ, ପୌରାଧ୍ୟକ୍ଷ ବସନ୍ତ କୁମାର ବିଶ୍ଵାଳ, ବନ୍ଦର ଅଧ୍ୟକ୍ଷ ପିଏଲ ହାରନାଦ ଓ ଜିଲ୍ଲାପାଳ ଜେ ସୋନାଲ ଉପସ୍ଥିତ ଥିଲେ । ଏହି କଳିଙ୍ଗ ବାଲିଯାତ୍ରା ଆସନ୍ତା 10 ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ରତିଦିନ ଓଲିଉଡ ଏବଂ ବଲିଉଡର କଳାକାରମାନେ ଆସି ସେମାନଙ୍କର କଳା ନୈପୁଣ୍ୟ ପ୍ରଦର୍ଶନ କରିବେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *