ଆଇଟି ହାର୍ଡୱେର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା – ୨.୦କୁ କ୍ୟାବିନେଟ ମଞ୍ଜୁରି

Spread the love

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଇଟି ହାର୍ଡୱେର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନା ୨.୦କୁ ମଞ୍ଜୁରି ମିଳିଛି । ଏହି ଯୋଜନା ପାଇଁ ମୋଟ୍ ୧୭ ହଜାର କୋଟି ଟଙ୍କାର ବଜେଟ୍ ବ୍ୟୟବରାଦ କରାଯାଇଛି ।

ବିଗତ ଆଠ ବର୍ଷ ମଧ୍ୟରେ ଭାରତରେ ବୈଦ୍ୟୁତିକ ସାମଗ୍ରୀ ବା ଇଲେକ୍ଟ୍ରୋନିକ୍ସ ଉତ୍ପାଦନ ୧୭% ସିଏଜିଆର ହାରରେ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଚଳିତ ବର୍ଷ ଉତ୍ପାଦନ କ୍ଷେତ୍ରରେ ଏକ ନୂଆ ରେକର୍ଡ ପ୍ରତିଷ୍ଠା ହୋଇଛି । ଉତ୍ପାଦନ ପରିମାଣ ଚଳିତ ବର୍ଷ ୧୦୫ ବିଲିୟନ ଆମେରିକୀୟ ଡଲାର ବା ପ୍ରାୟ ୯ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି

ଭାରତ ବିଶ୍ୱର ଦ୍ୱିତୀୟ ସର୍ବବୃହତ ମୋବାଇଲ ଫୋନ୍ ନିର୍ମାତାରେ ପରିଣତ ହୋଇଛି ଚଳିତ ବର୍ଷ ହୋଇପାରିଛି । ଚଳିତ ବର୍ଷ ମୋବାଇଲ ଫୋନ୍ ରପ୍ତାନି ପରିମାଣ ୧୧ ବିଲିୟନ ଆମେରିକୀୟ ଡଲାର (ପ୍ରାୟ ୯୦ ହଜାର କୋଟି ଟଙ୍କା) ଛୁଇଁବା ସହିତ ଏକ ବୃହତ ମାଇଲଖୁଣ୍ଟ ହାସଲ କରିଛି

ବିଶ୍ୱ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ ଇକୋସିଷ୍ଟମ ଭାରତକୁ ଆସୁଛି ଏବଂ ଭାରତ ଏବେ ବିଶ୍ୱର ଏକ ପ୍ରମୁଖ ବୈଦ୍ୟୁତିକ ସାମଗ୍ରୀ ନିର୍ମାତା ଭାବେ ଉଭା ହେଉଛି । ପୂର୍ବରୁ ମୋବାଇଲ ଫୋନ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନା ଘୋଷଣା କରାଯାଇଥିଲା, ଏହାର ସଫଳତାକୁ ଦେଖି ଏବେ କେନ୍ଦ୍ର କ୍ୟାବିନେଟ ଆଇଟି ହାର୍ଡୱେର ପାଇଁ ପିଏଲଆଇ ଯୋଜନା ୨.୦କୁ ଅନୁମୋଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *