ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ ଏଇମାସ ୨୫ ତାରିଖରେ । ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ଯେ, ଚତୁର୍ଥ ପର୍ଯ୍ୟାୟ ଟଙ୍କା ପଠାଇବା ପାଇଁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି । ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏହି ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରାଯାଇଛି । ଅଦ୍ୟାବଧି ସହାୟତା ପାଇ ପାରିନଥିବା ଆବେଦନକାରୀଙ୍କ ଦରଖାସ୍ତ ଯାଞ୍ଚ କରାଯାଉଛି। ଏହି ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପଠାଇବା ପାଇଁ ଡିସେମ୍ବର ୬ ସୁଦ୍ଧା ପ୍ରକାଶ ପାଇବ ଯୋଗ୍ୟ ଏବଂ ଅଯୋଗ୍ୟଙ୍କ ହିତାଧିକାରୀଙ୍କ ତାଲିକା । ଏହାପରେ ଆପତ୍ତି ଗ୍ରହଣ କରାଯିବା ପାଇଁ ଆଉ ୭ ଦିନ ସମୟ ଦିଆଯିବା ।
ନଭେମ୍ବର ୨୪ରେ ମିଳିଥିବା ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇସାରିଛି । ଡିସେମ୍ବର ୧ ତାରିଖ ସୁଦ୍ଧା ସୁଭଦ୍ରା ପାଇଁ ମୋଟ ୧ କୋଟି ୫ ଲକ୍ଷ ୩୬ ହଜାର ୬୧୨ ଜଣ ମହିଳା ଆବେଦନ କରିସାରିଛନ୍ତି । ସମସ୍ତ ପ୍ରକ୍ରିୟାର ସୁବ୍ୟବସ୍ଥା ଓ ଯାଞ୍ଚ ପ୍ରକ୍ରିୟାର ଅଗ୍ରଗତି ସମ୍ପର୍କରେ ଉନ୍ନୟନ କମିଶନର ଅନୁବର୍ଗ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଉପସ୍ଥିତିରେ ଅନୁଧ୍ୟାନ କରାଯାଇଥିଲା । ବୈଠକରେ ସୁଭଦ୍ରା ଆବେଦନ ଯାଞ୍ଚ ପାଇଁ ଗଠିତ କ୍ଷେତ୍ରସ୍ତରୀୟ ଟିମମାନଙ୍କର କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା ।
Naxatra News is now on Whatsapp
Join and get latest news update delivered to you via whatsapp
Join Now