ଓଡ଼ିଶା

ଟିକସ ଫାଙ୍କିବା ଅଭିଯୋଗରେ ଡିଏନ୍ ଗ୍ରୁପ ଉପରେ ଆୟକର ବିଭାଗର ଚଢାଉ ଦ୍ୱିତୀୟ ଦିନ ମଧ୍ୟ ଜାରୀ

ଭୁବନେଶ୍ୱର : ଟିକସ ଫାଙ୍କିବା ଅଭିଯୋଗରେ ବ୍ୟବସାୟିକ ପ୍ରତିଷ୍ଠାନ ଡିଏନ୍ ଗ୍ରୁପ ଉପରେ ଆୟକର ବିଭାଗ ବୁଧବାର ଦିନ ଚଢ଼ଉ ଆରମ୍ଭ କରିଥିବା ବେଳେ ଏହା ଦ୍ୱିତୀୟ ଦିନରେ ମଧ୍ୟ ଜାରୀ ରହିଛି । ଏହି କ୍ରମରେ ଆୟକର ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଗୁରୁବାର ଦ୍ୱିତୀୟ ଦିନରେ ମଧ୍ୟ ଚଢ଼ଉ ଜାରି ରଖିବା ସହ ଡିଏନ୍ ଗ୍ରୁପ ସହିତ ଜଡ଼ିତ ବ୍ୟକ୍ତିମାନଙ୍କୁ ପଚରାଉଚରା କରୁଛନ୍ତି । ଡିଏନ୍ ଗ୍ରୁପରର ମାଲିକ ଓ ସହଯୋଗୀଙ୍କ ସମେତ ଅନ୍ୟମାନଙ୍କୁ ପଚରାଉଚରା ଜାରି ରହିଛି।

ମିଳିଥିବା ସୂଚନା ଅନୁସାରେ ସଂସ୍ଥାର ଭୁବନେଶ୍ୱର ନୂଆପଲ୍ଲୀସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ସମେତ 20ରୁ ଉର୍ଦ୍ଧ୍ୱ ସ୍ଥାନରେ ଚଢ଼ଉ କରାଯାଇଛି । ୟୁନିଟ୍-୪ ପୋଷ୍ଟାଲ କଲୋନିରେ ରହୁଥିବା ସଂସ୍ଥାର କର୍ମଚାରୀଙ୍କ ଘରୁ ନଗଦ ୩୦ କୋଟି ଟଙ୍କା ମିଳିଥିଲା ।

Leave a Reply

Your email address will not be published.

Back to top button