ଓଡ଼ିଶାରାଜ୍ୟ

ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଅନୁମୋଦିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ବୈଠକରେ ୧୮ଟି ପ୍ରସ୍ତାବ ଅନୁମୋଦିତ ହୋଇଥିବାର ସୂଚନା ମିଳିଛି । ଏଥିରେ ‘ମୋ ଘର’ ଯୋଜନା ଅନୁମୋଦିତ ହୋଇଥିବା ଜଣାଯାଇଛି ।

ମିଳିଥିବା ସୂଚନା ଅନୁସାରେ ମୋ ଘର ନୂଆ ଯୋଜନାକୁ ଏହି ବୈଠକରେ ଅନୁମତି ଦିଆଯାଇଥିବା ସହ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାକୁ ମଧ୍ୟ ମଞ୍ଜୁରୀ ମିଳିଛି ।

ରାଜ୍ୟରେ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଓ ପ୍ରଗତିଶୀଳ ଡାକ୍ତରୀ ଶିକ୍ଷା ଯୋଗାଇବା ପାଇଁ ‘ଓଡ଼ିଶା ସ୍ୱାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟ’ ପ୍ରତିଷ୍ଠା ହେବାକୁଯାଉଛି । ଏହାକୁ କ୍ୟାବିନେଟରେ ଅନୁମୋଦନ ମିଳିଛି । ସେହିପରି ଲୋକଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳର ଆବଶ୍ୟକତାକୁ ଦୃଷ୍ଟିରେ ବୈଠକରେ ବଲାଙ୍ଗିର ଜିଲ୍ଲା ପାଇଁ ୬ଟି ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏହାଦ୍ୱାରା ୨୨୨ଟି ଗାଁର ୧.୬୧ ଲକ୍ଷରୁ ଅଧିକ ବାସିନ୍ଦା ଉପକୃତ ହେବେ ।

ସେହିପରି ବୈଠକରେ ଗଜପତିର ଜିଲ୍ଲା ପାଇଁ ୨ଟି ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏହାଦ୍ୱାରା ୩୪୬ଟି ଗାଁର ୧ ଲକ୍ଷ ୩୧ ହଜାରରୁ ଅଧିକ ବାସିନ୍ଦା ଉପକୃତ ହେବେ ।

Leave a Reply

Your email address will not be published.

Back to top button