କଟକ

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପତ୍ନୀ

ସାଲେପୁର : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅନ୍ତର୍ଗତ ବୁହାଳ ପଞ୍ଚାୟତ ନାଗାମଠ ନିକଟରେ ଆଜି ସକାଳ ପ୍ରାୟ ୬ଟା ସମୟରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ସେମାନେ ଏ ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ । ନିଶ୍ଚିନ୍ତକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସାଇଂଟିଫିକ୍ ଟିମ୍ ସହାୟତାରେ ତଦନ୍ତ କରିବା ସହ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତକଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ପ୍ରାଥମିକ ତଦନ୍ତରୁ ଜଣାପଡିଛି ମୃତ ଯୁବକ ଜଣକ ହେଲେ ସନ୍ତୋଷ ଦାସ । ତାଙ୍କ ପିତାଙ୍କ ନାମ ଫକିର ଦାସ ଏବଂ ଘର ବୁହାଳ ପଞ୍ଚାୟତରେ । ଅପରପକ୍ଷେ ମୃତ ସନ୍ତୋଷଙ୍କ ପତ୍ନୀ ସସ୍ମିତା ଦାସ ତାଙ୍କ ସ୍ଵାମୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଭିତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published.

Back to top button