ଓଡ଼ିଶା

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର : ଲେଡି ବ୍ଲାକ୍ ମେଲର ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି । ଖଣ୍ଡଗିରି ଥାନାରେ ହୋଇଥିବା ହନି ଟ୍ରାପ୍ ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ସର୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । କିନ୍ତୁ ଇଡି ମାମଲାରେ ଜାମିନ ମିଳି ନଥିବାରୁ ଏବେ ବି ଜେଲରେ ରହିବେ ଅର୍ଚ୍ଚନା । ପୂର୍ବରୁ ଏପ୍ରିଲ ମାସରେ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲ କେସରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଥିଲା ।

ଖଣ୍ଡଗିରି ଥାନାରେ ରୁଜୁ ମାମଲାରେ ଭୁବନେଶ୍ୱରସ୍ଥିତ ଦୌରା ଅଦାଲତରେ ଜାମିନ ଖାରଜ ହେବାପରେ ଅର୍ଚ୍ଚନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଅର୍ଚ୍ଚନା ନାଗ ଘଟଣାରେ ନିଜକୁ ପୀଡ଼ିତା ବୋଲି ଦର୍ଶାଇ ଶ୍ରଦ୍ଧାଞ୍ଜଳି ବେହେରା ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ । ଏହାପରେ ଶ୍ରଦ୍ଧାଞ୍ଜଳିଙ୍କ ଅଭିଯୋଗ ଆଧାରରେ ଖଣ୍ଡଗିରି ଥାନାରେ ଅର୍ଚ୍ଚନା, ଜଗବନ୍ଧୁ ଚାନ୍ଦ, ଖଗେଶ୍ୱର ପାତ୍ରଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିଲା ।

Leave a Reply

Your email address will not be published.

Back to top button