ଛାତ୍ର କଂଗ୍ରେସ-ଯୁବ ବିଜେପି ମୁହାଁମୁହିଁ , ରଣକ୍ଷେତ୍ର ପାଲଟିଲା ରାଜଧୀନୀ

Spread the love

ରାଜଧାନୀରେ ବିଜେପି ଯୁବମୋର୍ଚ୍ଚା ଓ ଯୁବ ଛାତ୍ର କଂଗ୍ରେସ ମଧ୍ୟରେ ମୁହାଁମୁହିଁ । ରଣକ୍ଷେତ୍ର ପାଲଟିଲା ରାଜଧାନୀ ମାଷ୍ଟରକ୍ୟାଣ୍ଟିନ । ଉଭୟ ଦଳର କର୍ମୀଙ୍କ ମଧ୍ୟରେ ପଥର ଫିଙ୍ଗାଫିଙ୍ଗି ହେବାରୁ ୭ଜଣଙ୍କ ମୁଣ୍ଡ ଫାଟିଥିବା ସୂଚନା ମିଳିଛି । ସମସ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କଂଗ୍ରେସ ଆକ୍ରମଣରେ ବିଜେପି ଯୁବମୋର୍ଚ୍ଚା ର ମୁଣ୍ଡ ଫାଟିଥିବା ଅଭିଯୋଗ ହୋଇଛି । ଏନେଇ କ୍ୟାପିଟାଲ ଥାନାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଏତଲା ଦିଆଯାଇଛି ।

ସେପଟେ ପୋଲିସ ଉପସ୍ଥିତ ଥାଇ ମଧ୍ୟ ଉଗ୍ର ହୋଇଛି ଏହି ଉତ୍ତେଜନା । ତେବେ ଗତକାଲି ସଂସଦରେ ବିଜେପି ଓ ଆରଏସଏସକୁ ହିନ୍ଦୁ ବିରୋଧୀ କହିବା ପରେ ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ଦେଶବ୍ୟାପୀ ପ୍ରତିବାଦ ଜାରି ରଖିଛି ବିଜେପି । ଯାହାର ପ୍ରତିଫଳନ ଆଜି ରାଜ୍ୟ ରାଜଧାନୀରେ ଦେଖିବାକୁ ମିଳିଛି

Leave a Reply

Your email address will not be published. Required fields are marked *