ଭୁବନେଶ୍ୱର : ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଝାରସୁଗୁଡ଼ା ଚାଇଲ୍ଡ ଡେଭଲପମେଣ୍ଟ ପ୍ରୋଜେକ୍ଟ ଅଫିସର (ସିଡିପିଓ) ସରୋଜିନୀ ଏକ୍କା । ଗତ ଚାରି ମାସର ଛତୁଆ ବିଲ୍ ପାସ୍ କରି ଦେବା ପାଇଁ ଏକ ସ୍ୱୟଂ ସହାୟକ ଗୋଷ୍ଠୀର ସଭାପତିଙ୍କ ଠାରୁ ସେ ଏହି ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ । ଭିଜିଲାନ୍ସ ଅଧିକାରୀମାନେ ସିଡିପିଓ ସରୋଜିନୀ ଏକ୍କାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛନ୍ତି । ସରୋଜିନୀ ଏକ୍କା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ତାଙ୍କର ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି । ଏହି ମାମଲାରେ ରାଉରକେଲା ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now