ଜୟପୁର : ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ କରିଥିବା ଅଭିଯୋଗରେ ଆଜି ଯୁବକକୁ ଗିରଫ କରିଛି ଜୟପୁର ମହିଳା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲା ଜୟପୁର ସହରର ଚିଲିଗୁଡାର ଆକାଶ ହରିଜନ (୧୯) । ପୋଲିସ ସୁଚନା ଅନୁଯାଇ ଜଣେ ନାବାଳିକାକୁ ଅପହରଣ ହୋଇଥିବା ନେଇ ଜୟପୁର ମହିଳା ଥାନାରେ ଅଭି ଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ବ କରିଥିଲା । ତଦନ୍ତରେ ଜାଣି ପୋଲିସ ନାବାଳିକାକୁ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଅଭିଯୁକ୍ତକୁ ଗିରଫ କରି ନାବାଳିକା ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ କୋର୍ଟ ଚାଲାଣ କରାଯାଇଥିବା ମହିଳା ଥାନା ଅଧିକାରି ମମତା ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now