ଆଜି ପ୍ରକାଶ ପାଇଛି ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ରାୟ। ମାହାଙ୍ଗା ଡବଲ ମର୍ଡର ମାମଲାରେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ସାଲେପୁର ଏଡିଜେ। ଘଟଣାରେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଥିବା କୁହାଯାଇଛି ।
ସୂଚନାଅନୁଯାୟୀ , ୨୦୨୧ ଜାନୁଆରି ୨ ତାରିଖରେ ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ସଂପର୍କୀୟ ଦିବ୍ୟ ସିଂହ ବରାଳ( ୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ଏହି ମାମଲାରେ ତତକାଳୀନ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। କିନ୍ତୁ ପ୍ରତାପ ଜେନାଙ୍କ ମାମଲା ଏବେ ଉଚ୍ଚ ନ୍ୟାୟାଳୟରେ ବିଚାରାଧୀନ ଥିବା ଜଣାଯାଇଛି।
ଏଥି ସହ ଦିବ୍ୟସିଂହ ବରାଳଙ୍କୁ ମଧ୍ୟ ମରଣାନ୍ତକ ଆକ୍ରମଣ କରାଯାଇଥିଲା । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଗୋଟିଏ ଦିନରେ ୨ ଜଣଙ୍କୁ ହତ୍ୟା କରାଯାଇଥିଲା ।
Naxatra News is now on Whatsapp
Join and get latest news update delivered to you via whatsapp
Join Now