ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଦିନରେ ସମସ୍ତ ଭଉଣୀ ତାଙ୍କ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଥାନ୍ତି । ଏବଂ ଭଉଣୀର ସୁରକ୍ଷା କରିବା କୁ ପ୍ରତିଶ୍ରୁତି ଦେଇଥାନ୍ତି । ତେବେ ଆଜିର ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଟୁଇଟ୍ କରିଛନ୍ତି । ରକ୍ଷାବନ୍ଧନର ଅବସରରେ ସେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଭାଇ ଓ ଭଉଣୀଙ୍କ ମଧ୍ୟରେ ପ୍ରେମ ଓ ପାରସ୍ପରିକ ବିଶ୍ୱାସର ଭାବନା ଉପରେ ଆଧାରିତ । ଏହିପର୍ବ ସମସ୍ତ ଭଉଣୀ ଓ ଝିଅଙ୍କ ପ୍ରତି ସ୍ନେହ ଓ ସମ୍ମାନର ଭାବନାକୁ ପ୍ରକାଶ କରିଥାଏ। ଏହାପରେ ରାଷ୍ଟ୍ରପତି କହିଛନ୍ତି, ସମସ୍ତ ଦେଶବାସୀ ଆମ ସମାଜରେ ମହିଳାଙ୍କ ସୁରକ୍ଷା ଏବଂ ସମ୍ମାନ ସୁନିଶ୍ଚିତ କରିବା ପାଇଁ ସଂକଳ୍ପ ନେବା ଆବଶ୍ୟକ।
ଅନ୍ୟପଟେ ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ।
Naxatra News is now on Whatsapp
Join and get latest news update delivered to you via whatsapp
Join Now