ଆସନ୍ତା ୩୧ରୁ ସଂସଦର ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାପରେ ଫେବୃୟାରୀ ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ଅଷ୍ଟମ ଥର ପାଇଁ ବଜେଟ ଉପସ୍ଥାପନ କରିବେ । ତେବେ ଦୁଇଟି ପର୍ଯ୍ୟାୟରେ ହେବ ଏହି ବଜେଟ ଅଧିବେଶନ । ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱିତୀୟ ଭାଗ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ।

Naxatra News is now on Whatsapp
Join and get latest news update delivered to you via whatsapp
Join Now