ଆଜିଠୁ +୨ ନାମଲେଖା ପାଇଁ ଆବେଦନ

Spread the love

ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ । ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୧୮ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ଯୋଗ୍ୟ ଛାତ୍ରଛାତ୍ରୀଙ୍କ ନାମଲେଖା ଜୁଲାଇ ୧୯ରୁ ୨୩ ମଧ୍ୟରେ ଅନୁଷ୍ଠିତ ହେବ । ଏଥର ରାଜ୍ୟର ୨ ହଜାର ୧୨୧ ଯୁକ୍ତ ଦୁଇ କଲେଜର ୫ଲକ୍ଷ ୨୫ ହଜାର ୪୬୫ ସିଟରେ ନାମଲେଖା ହେବ । କଳା ବିଭାଗରେ ସର୍ବାଧିକ ୨ଲକ୍ଷ ୯୪ ହଜାର ୮୪୦ ସିଟ୍, ବିଜ୍ଞାନରେ ୧ଲକ୍ଷ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ ହଜାର ୧୦୪, ସଂସ୍କୃତରେ ୧୩ ହଜାର ୮୮ ଓ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦ ହଜାର ୫୦୪ ସିଟରେ ନାମଲେଖା କରିବାକୁ ନିଷ୍ପତି ନିଆଯାଇଛି ।

Leave a Reply

Your email address will not be published. Required fields are marked *