ଭଦ୍ରକ ପୁରୁଣାବଜାର ଥାନା ଆର୍ ଏମ ସି ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ। ମାର୍କେଟ ରେ ଥିବା ବିସ୍କୁଟ ଓ ପ୍ଲାଷ୍ଟିକ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ। ସଟ୍ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ନିଆଁ କୁ ଆୟତ୍ତ କରିଥିବା ବେଳେ, ଅଗ୍ନିକାଣ୍ଡ ଏତେ ଭୟାବହ ଥିଲା ଅଗ୍ନିଶମ ବାହିନୀ ର ଜଣେ କର୍ମଚାରୀ ଆହତ ହୋଇଥିବା ଜଣIପଡିଛି। ତେବେ ସଟ୍ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଥିବାବେଳେ,ଅଗ୍ନିକାଣ୍ଡ ଯୋଗୁଁ ୧୦ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କା ର ସାମଗ୍ରୀ ପୋଡ଼ି ଯାଇଥିବା ଜଣାପଡ଼ିଛି।

Naxatra News is now on Whatsapp
Join and get latest news update delivered to you via whatsapp
Join Now