ଯୁକ୍ତ ଦୁଇ ନାବାଳିକା ଆତ୍ମହତ୍ୟା ଘଟଣା, ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି

Spread the love

ଜଗତସିଂହପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଆତ୍ମହତ୍ୟା କରିଥିବା ଥାନାରେ ଅଭିଯୋଗ ହୋଇଥିବା ସୂଚନା ମିଳିଛି । ୧୭ ବର୍ଷୀୟା ନାବାଳିକା ସନ୍ଧ୍ୟା ସମୟରେ ବେକରେ ରଶି ଲଗେଇ ଆତ୍ମହତ୍ୟା କରିଥିବା ବେଳେ ଆତ୍ମୀୟଲୋକେ ଉଦ୍ଧାର କରି ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ପରେ ମୁଖ୍ୟ ଚିକିତ୍ସାଳୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଉକ୍ତ ନାବାଳିକା  ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଥିଲେ ଓ କ୍ରୀଡା କ୍ଷେତ୍ରରେ ରାଜ୍ୟସ୍ତରରେ ଖେଳି ଜିଲ୍ଲା ପାଇଁ ସୁନାମ ଆଣିଥିଲେ । ନାବାଳିକାର ମୃତ୍ୟୁ ଖବର ଶୁଣି ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Leave a Reply

Your email address will not be published. Required fields are marked *