କାଶ୍ମୀରର ପୁଣି ମୁହାଁମୁହିଁ ହେଲେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ । ଗୋଟିଏ ଦିନରେ ହୋଇଛି ୨ଟି ଏନକାଉଣ୍ଟଟର । କିସ୍ତଓ୍ବାରରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଭାରତୀୟ ଯବାନ ଶହୀଦ ହୋଇଥିବା ବେଳେ ଅନ୍ୟ ୨ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶହୀଦ ଦୁଇ ଯବାନ ହେଉଛନ୍ତି ନାଏବ ସୁବେଦାର ବିପିନ କୁମାର ଓ ସିପାହୀ ଅରବିନ୍ଦ ସିଂ ।ଏବେ ମଧ୍ୟ ଉକ୍ତ ଅଞ୍ଚଳରେ ଅପରେସନ ଜାରି ରହିଛି । ଏନେଇ ସେନାର ‘ହ୍ବାଇଟ ନାଇଟ କ୍ରପ୍ସ’ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ମୁତାବକ,ବିଳମ୍ବିତ ରାତିରେ କିସ୍ତଓ୍ବାରର ନାଇଡଗାମ ଗାଁରେ ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏନକାଉଣ୍ଟର କିଛି ସମୟ ଚାଲିବା ପରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଭାରତୀୟ ସେନାର ଦୁଇ ଯବାନ ଶହୀଦ ହୋଇଥିଲେ । ସେହିପରି ଦୁଇ ଯବାନ ଆହତ ହୋଇଥିବାରୁ ସଙ୍ଗେ ସଙ୍ଗେ ଉଭୟଙ୍କୁ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ଚିକିତ୍ସା ଜାରି ରହିଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କୌଣସି ସୂଚନା ହସ୍ତଗତ ହୋଇନାହିଁ । ନାଇଡଗାମ ଗାଁ ଭୟର ବାତାବରଣ ଖେଳିଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ସେହିପରି ଜମ୍ମୁ-କାଶ୍ମୀର ବାରମୂଲାର ଚକ୍ ଟାପର୍ କ୍ରେରି ପଟ୍ଟାନ୍ ଅଞ୍ଚଳରେ ଯବାନ ଓ ଆତଙ୍କୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । କେହି ଆତଙ୍କୀ ନିପାତ ହୋଇଥିବା ଖବର ବର୍ତ୍ତମାନ ସୁଦ୍ଧା ଆସିନଥିବା ବେଳେ ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । କାଶ୍ମୀର ଜୋନ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି
Naxatra News is now on Whatsapp
Join and get latest news update delivered to you via whatsapp
Join Now