ଟ୍ରମ୍ପଙ୍କ ଶପଥ ଗ୍ରହଣରେ ସାମିଲ ହେବେ ଏସ .ଜୟଶଙ୍କର

ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ଏସ .ଜୟଶଙ୍କର। ଆସନ୍ତା ଜାନୁଆରୀ ୨୦ରେ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେବେ ଡୋନାଲ୍ଡ ଟ୍ରମ୍ପ। ଏଥିରେ ବିଭିନ୍ନ ଦେଶର ନେତାମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ତେବେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କର ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ବୋଲି ଜଣାପଡିଛି।  ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବେ ଜାନୁଆରୀ ୨୦ରେ ଶପଥ ନେବେ ଟ୍ରମ୍ପ। ସେପଟେ ଭାରତ ଏବଂ ଆମେରିକା ମଧ୍ୟରେ ରାଜନୈତିକ ସମ୍ପର୍କକୁ ମଜଭୁତ କରିବା ପାଇଁ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇପାରେ ବୋଲି ଆଶା କରାଯାଉଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *