ପୋଲାଣ୍ଡ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୋଲାଣ୍ଡ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୋଲାଣ୍ଡ ରାଜଧାନୀ ୱାରସାରେ ପହଞ୍ଚିବାପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ପୋଲାଣ୍ଡର ଉପବିଦେଶ ମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରି ପାଛୋଟି ନେଇଥିଲେ। ଭାରତୀୟ ବଂଶୋଦ୍ଭବ ସଦସ୍ୟ ମଧ୍ୟ ମୋଦିଙ୍କ ହାତରେ ରାକ୍ଷୀ ବାନ୍ଧି ତାଙ୍କୁ ସ୍ୱାଗତ କରିଥିଲେ। ୱାରସାରେ ମୋଦି ସ୍ମାରକ ସ୍ଥଳ ବୁଲିବା ସହ ଭାରତୀୟ ବଂଶୋଦ୍ଭବଙ୍କୁ ଉଦବୋଧନ ଦେଇଛନ୍ତି। ପ୍ରାୟ ୨୫ ହଜାର ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ବୋଧିତ କରିବା ସହ ଭାରତର ବିକାଶ ଓ ଗୌରବର ଗାଥା କହିଛନ୍ତି। ବିଶ୍ୱବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି କି ଏହା ଯୁଦ୍ଧର ସମୟ ନୁହେଁ । ଯେତେବେଳେ ପୂରା ବିଶ୍ବ ଯୁଦ୍ଧ ଓ କରୋନା ଭଳି ମହାମାରୀ ସହ ସଂଘର୍ଷ କରୁଥିଲା ସେତେବେଳେ ଭାରତ ମାନବତା ପାଇଁ କାମ କରିଛି । ଏହି ଗସ୍ତ ଅବସରରେ ମୋଦି ପୋଲାଣ୍ଡର ରାଷ୍ଟ୍ରପତି ଏଣ୍ଡ୍ରେଜ୍ ସେବାସ୍ତିଆନ ଡୁଡ଼ା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କ ସହ ଦ୍ୱିପାକ୍ଷିକ କଥାବାର୍ତ୍ତା କରିବେ। ପୋଲାଣ୍ଡର ସଂସ୍କୃତି ଏବଂ ଚଳଣିକୁ ବୁଝିବାପାଇଁ ପୋଲାଣ୍ଡ ନାଗିରକଙ୍କ ସହ ମଧ୍ୟ କଥା ହେବେ। ପୋଲାଣ୍ଡ ଗସ୍ତ ସାରି ଅଗଷ୍ଟ ୨୩ ତାରିଖରେ ୟୁକ୍ରେନ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *