କେଜ୍ରିୱାଲଙ୍କୁ ହାଇକୋର୍ଟର ଝଟକା

Spread the love

 ମଦ ନୀତି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଳୀର ରାଉସ୍ ଆଭେନ୍ୟୁ କୋର୍ଟ ଜାମିନ ମଞ୍ଜୁର କରିବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ତିହାର ଜେଲରୁ ବାହାରକୁ ବାହାରିଥାନ୍ତେ। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅରବିନ୍ଦ କେଜରିୱାଲଙ୍କୁ ଗତକାଲି ତଳ କୋର୍ଟ ଜାମିନ ପ୍ରଦାନ କରିଥିବା ବେଳେ ଆଜି ହାଇକୋର୍ଟ ଏହା ଉପରେ ରୋକ ଲଗାଇଛି । ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଏହି ଜାମିନ ପ୍ରଦାନ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି । କେଜ୍ରିୱାଲଙ୍କ ଜାମିନ ପ୍ରଦାନ ବିରୋଧରେ ଇଡି ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲା। ଇଡି ପକ୍ଷରୁ କୁହାଯାଇଥିଲା ଯେ, ଏହି ମାମଲାର ଯାଞ୍ଚ ଚାଲୁଥିବା ବେଳେ କେଜ୍ରିୱାଲଙ୍କୁ ଜାମିନ ପ୍ରଦାନ କରିବା ଯାଞ୍ଚ ପ୍ରକ୍ରିୟାକୁ ପ୍ରଭାବିତ କରିପାରେ । କାରଣ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅଛନ୍ତି ।

ଦିଲ୍ଲୀ ହାଇକୋର୍ଟରେ ଇଡି ପକ୍ଷରୁ କୁହାଯାଇଥିଲା ଯେ, ତଳ କୋର୍ଟରେ ଏହି ମାମଲାରେ ପକ୍ଷ ରଖିବାକୁ ପର୍ଯ୍ୟାପ୍ତ ସମୟ ଦିଆଯାଇନଥିଲା । ଲିଖିତ ଜବାବ ରଖିବାକୁ ମଧ୍ୟ ସମୟ ମିଳିନଥିଲା । ଯାହା ଆଦୌ ଠିକ୍ ନୁହେଁ । ଏବେ ଅରବିନ୍ଦ କେଜ୍ରିୱାଲ ତିହାର ଜେଲରେ ରହିଛନ୍ତି ।

Leave a Reply

Your email address will not be published. Required fields are marked *