ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ

Spread the love

ମୁଖ୍ୟମନ୍ତ୍ରୀ ଦେଲେ ଲୋକଙ୍କ ପାଇଁ କାମ କରିବାକୁ ପରାମର୍ଶ
ଭୁବନେଶ୍ୱର, ୧୪ ମଇ – ଝାରସୁଗୁଡ଼ାର ନବ ନିର୍ବାଚିତ ବିଧାୟିକା ଦୀପାଳି ଦାସ ଆଜି ଭୁବନେଶ୍ୱର ଆସିବା ପରେ ନବୀନ ନିବାସରେ ପହଂଚି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଠାରୁ ଆଶୀର୍ବାଦ ନେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡା ଲୋକଙ୍କ ପାଇଁ ସମର୍ପିତ ହୋଇ କାମ କରିବାକୁ ଦୀପାଳିଙ୍କୁ ପରାମର୍ଶ ଦେଇଛନ୍ତି ।
ଆଜି ଭୁବନେଶ୍ୱରରେ ପହଂଚିବା ପରେ ଦୀପାଳି କହିଥିଲେ ଯେ ଏ ବିଜୟ ଝାରସୁଗୁଡ଼ାବାସୀଙ୍କର ଓ ମୁଖ୍ୟମନ୍ତ୍ରୀଙ୍କର । ଉପନିର୍ବାଚନ ପାଇଁ ସମସ୍ତେ ବହୁତ ପରିଶ୍ରମ କରିଛନ୍ତି । ବାପାଙ୍କ ସ୍ୱପ୍ନ ଥିଲା ଝାରସୁଗୁଡ଼ାର ନୂତନ ନିର୍ମାଣ । ବାପାଙ୍କ ଦ୍ୱାରା କରାଯାଇଥିବା ବିକାଶ କାର୍ଯ୍ୟ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ସେ ପ୍ରକାଶ କରିଛନ୍ତି ।
ସେ କହିଛନ୍ତି ଯେ ଝାରସୁଗୁଡ଼ାରେ ହାର୍ଟ ହସ୍ପିଟାଲ, କ୍ୟାନସର ହସ୍ପିଟାଲ, ଓଭରବ୍ରିଜର ସ୍ୱପ୍ନ ପୂରଣ ହେବ । ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ ସ୍ୱପ୍ନ ସାକାର କରିବି ବୋଲି ଦୀପାଳି କହିଛନ୍ତି ।

Leave a Reply

Your email address will not be published. Required fields are marked *