Latest Newsଓଡ଼ିଶାରାଜନୀତି

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତିଶ କୁମାର,ବିହାର ଭବନ ପାଇଁ ପୁରୀରେ ଦେଢ ଏକର ଜମି ଦେବେ ଓଡିଶା ସରକାର

ଭୁବନେଶ୍ୱର – ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ମଙ୍ଗଳବାର ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ।

ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି ମାଗଣାରେ ଯୋଗାଇଦେବେ । ଜଗନ୍ନାଥ ଧାମ ପୁରୀକୁ ଆସୁଥିବା ବିହାରର ଲୋକମାନଙ୍କ ରହଣି ସୁବିଧା ପାଇଁ ବିହାର ସରକାର ବିହାର ଭବନ ନିର୍ମାଣ ପାଇଁ ଇଚ୍ଛା ପ୍ରକାଶ କରିଥିଲେ । ଏହି ଘୋଷଣା ପାଇଁ ବିହାର ମୁଖ୍ୟମନ୍ତ୍ରୀ  ନୀତିଶ କୁମାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ ।

ନୀତିଶ କୁମାର ଆଜି ମଧ୍ୟାହ୍ନରେ ସିଧା ବିମାନ ବନ୍ଦରକୁ ଆସି ନବୀନ ନିବାସରେ ପହଂଚିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିହାର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଥିଲେ ।

Related Articles

Leave a Reply

Your email address will not be published.

Back to top button