ମୋଦୀ ସରନେମ୍ ମାମଲାରେ ରାହୁଲ ଗାନ୍ଧୀଙ୍କୁ ସୁପ୍ରିମ୍ କୋର୍ଟ ଦେଲେ ବଡ ଆଶ୍ୱସ୍ତି

ମାନହାନୀ ମାମଲାରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ବଡ ଆଶ୍ୱସ୍ତି । ମୋଦୀ ସରନେମ୍ ମାମଲାରେ ରାହୁଲ ଗାନ୍ଧୀଙ୍କୁ ସୁପ୍ରିମ୍କୋର୍ଟ ଦେଲେ ବଡ ଆଶ୍ୱସ୍ତି । ରାହୁଲ ଗାନ୍ଧୀଙ୍କ ଦଣ୍ଡ ଉପରେ ରୋକ୍ ଲଗାଇଲେ ସୁପ୍ରିମ୍କୋର୍ଟ ।
ରାୟ ଶୁଣାଇ ସୁପ୍ରିମ୍ କୋର୍ଟ କହିଛନ୍ତି, ଏହି ମାମଲାରେ ‘ଟ୍ରାଏଲ୍ ଜଜ୍’ ସର୍ବାଧିକ ୨ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି, କିନ୍ତୁ ଦଣ୍ଡାଦେଶ ଗୋଟିଏ ଦିନ କମ୍ ହୋଇଥିଲେ ସେ ଅଯୋଗ୍ୟ ଘୋଷିତ ହୋଇ ନ ଥାନ୍ତେ। କିନ୍ତୁ, ‘ଟ୍ରାଏଲ୍ ଜଜ୍’ ସର୍ବାଧିକ ଦଣ୍ଡାଦେଶ ଦିଆଯିବାର କାରଣ ଦର୍ଶାଇ ନାହାନ୍ତି। ତେଣୁ, ଚୂଡ଼ାନ୍ତ ବିଚାର ହେବା ପର୍ଯ୍ୟନ୍ତ ଏହି ଦଣ୍ଡାଦେଶ ଉପରେ ରହିତାଦେଶ ଜାରି ରହିଲା।
ସୁପ୍ରିମ୍ କୋର୍ଟ ଆହୁରି ମଧ୍ୟ କହିଛନ୍ତି ଯେ, ଏକଥା ନିଃସନ୍ଦେହ ଯେ, ଆବେଦନକାରୀ ଦେଇଥିବା ଟିପ୍ପଣୀ ରୁଚିକର ନୁହେଁ। ଭାଷଣ ଦେବା ବେଳେ ଆବେଦନକାରୀ ଅଧିକ ସାବଧାନତା ଅବଲମ୍ବନ କରିବା ଉଚିତ।
କିନ୍ତୁ, ଅଯୋଗ୍ୟତାର ପରିଣାମ କେବଳ ବ୍ୟକ୍ତି ଅଧିକାରକୁ ପ୍ରଭାବିତ କରୁନାହିଁ ଭୋଟର୍ମାନଙ୍କୁ ବି ପ୍ରଭାବିତ କରୁଛି ବୋଲି ସୁପ୍ରିମ୍ କୋର୍ଟ କହିଛନ୍ତି।