ଓଡ଼ିଶା

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଏବଂ ଏଥିରେ ବିଭିନ୍ନ କ୍ଷେତ୍ରର ଅଧିକାରୀ, ଯଥା – ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ଓଏଏସ୍ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଞ୍ଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍ସନ ବନ୍ଦ କରାଯାଇଛି ।

ଏହି ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲା ଆରଡବଲୁଏସଏସ ଡିଭିଜନ -2ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବରାମ ବିଶ୍ୱାଳ ଏକ ଦୁର୍ନୀତି ମାମଲାରେ ଦେଷୀସାବ୍ୟସ୍ତ ହୋଇଛନ୍ତି । ତାଙ୍କର ପେନ୍ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି ।

ସେହିପରି କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍ ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।

ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦୁର୍ନୀତି, ଅପାରଗତା କାରଣରୁ ତାଙ୍କୁ ଚାକୀରିରୁ ବହିଷ୍କୃତ କରାଯାଇଛି ।

ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ କୃଷ୍ଣଚନ୍ଦ୍ର ଗୌଡ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।

ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।

ବରଗଡ ଜିଲ୍ଲା ସୋହେଲା ଆରଡବଲୁଏସଏସ ର ପୂର୍ବତନ ଜୁନିଅର ଇଞ୍ଜିନିୟର ଉପେନ୍ଦ୍ରଭଞ୍ଜ ନାୟକ ଜଣେ ସରକାରୀ ଅଧିକାରୀ ହେବା ସତ୍ତ୍ବେ କାର୍ଯ୍ୟରେ ସଚ୍ଚୋଟତା ରକ୍ଷା କରିବାରେ ଏବଂ କର୍ତ୍ତବ୍ୟ ପରାୟଣତାରେ ବିଫଳ ହୋଇଥିଲେ । ଏହାସହିତ ତାଙ୍କର ବ୍ୟବହାରରେ ଶିଷ୍ଟାଚାର ମଧ୍ୟ ନଥିଲା। ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରୀରୁ ବହିଷ୍କୃତ କରାଯାଇଛି ।

ସୁନ୍ଦରଗଡ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ସୁଶିଲ କୁମାର ମେହେର ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦୁର୍ନୀତି ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କୃତ କରାଯାଇଛି । ମୟୁରଭଞ୍ଜ ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁ ତାଙ୍କ ପେନ୍ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି ।

ନୟାଗଡ ଜିଲ୍ଲା ଚାନ୍ଦପୁରର ପୂର୍ବତନ ଡିଏମଏସଏନ ସୁପରିନ୍ଟେଣ୍ଡେଟ ଡଃ ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ପାଉଥିବା ପେନ୍ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

Leave a Reply

Your email address will not be published.

Back to top button