ଓଡ଼ିଶା

ବାହାନଗା ଦୁର୍ଘଟଣା ମାମଲାରେ ୨୯ଜଣଙ୍କ ଡିଏନଏ ରିପୋର୍ଟ ଆସିଲା

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୯ଜଣଙ୍କ ମୃତଦେହ ଚିହ୍ନଟ ହୋଇଛି । ଭୁବନେଶ୍ୱର ଏମ୍ସରେ ଚିହ୍ନଟ ହୋଇନପାରି ରହିଥିବା ୮୧ଟି ମୃତଦେହ ମଧ୍ୟରୁ ୨୯ଟି ମୃତଦେହକୁ ଡିଏନଏ ଟେଷ୍ଟ ମାଧ୍ୟମରେ ଚିହ୍ନଟ କରାଯାଇଥିବା ଜଣା ପଡିଛି । ସେହି ମୃତଦେହଗୁଡ଼ିକୁ ଆଜି ସେମାନଙ୍କ ନିକଟ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି ।

ମୃତବ୍ୟକ୍ତିଙ୍କ ଜନ୍ମସ୍ଥାନରେ ପହଞ୍ଚାଇ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହି ଖର୍ଚ୍ଚ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାର ବହନ କରୁଛନ୍ତି । ଚିହ୍ନଟ ହୋଇଥିବା ୨୯ଟି ମୃତଦେହ ମଧ୍ୟରୁ ଗୋଟିଏ ମୟୂରଭଞ୍ଜର ହୋଇଥିବା ବେଳେ ଅନ୍ୟଗୁଡିକ ବିହାର ଓ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି।

Leave a Reply

Your email address will not be published.

Back to top button