ରାଜଧାନୀ ଦିଲ୍ଲୀ ଓଲ୍ଡ ରାଜେନ୍ଦ୍ର ନଗର ସ୍ଥିତ ରାଓ ଆଇଏସ କୋଚିଂ ସେଣ୍ଟରରେ ବଡ଼ ଅଘଟଣ। ବେସମେଣ୍ଟରେ ସ୍ବେରେଜ ପାଣି ପଶିଯିବାରୁ ୩ ଛାତ୍ର ମୃତ ଘଟିଛି। ଅନେକ ନିଖୋଜ ଅଛନ୍ତି। ଘଟଣାସ୍ଥଳରେ ଏନଡିଆରଏଫ ଟିମ୍ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଅନ୍ୟ ନିଖୋଜ ମାନଙ୍କୁ ଖୋଜାଖୋଜି କରୁଛି। ବେସମେଣ୍ଟରେ ଥିବା ଲାଇବ୍ରେରୀରେ ଛାତ୍ରଛାତ୍ରୀ ମାନେ ପାଠ ପଢୁଥିବା ସମୟରେ ହଠାତ ପାଣି ମାଡି ଆସିଥିଲା। ପାଣିର ସ୍ରୋତ ଏତେ ପ୍ରଖର ଥିଲା ଯେ ଛାତ୍ରଛାତ୍ରୀମାନେ ଉପରକୁ ଆସିବାକୁ ସକ୍ଷମ ହୋଇନଥିଲେ। ଚାହୁଁ ଚାହୁଁ ବେସମେଣ୍ଟରେ ୧୨ଫୁଟ ଉଚ୍ଚର ପାଣି ଛୁଇଁ ସାରିଥିଲା। ଡ୍ରେନ କିମ୍ବା ସ୍ବେରେଜ୍ ଫାଟିଯିବା ଫଳରେ ବେସମେଣ୍ଟକୁ ପାଣି ମାଡ଼ିଆସିଥିବା ସ୍ଥାନୀୟ ଅଂଚଳବାସୀ କହିଛନ୍ତି। ଏନଡିଆରଏଫ ଟିମ୍ ଏବଂ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଁଚି ବେସମେଣ୍ଟରୁ ପାଣି ନିଷ୍କାସନ କରିବା ସହିତ ୩ଜଣ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ବେସ ମେଣ୍ଟରେ ପାଣି ଆସିବା ପୂର୍ବରୁ ପ୍ରାୟ ୩୦ ଅଧିକ ଛାତ୍ରଛାତ୍ରୀ ଲାଇବ୍ରେରୀରେ ପାଠ ପଢୁଥିବା ବେଳେ ଏବେ ବି ଅନେକ ଛାତ୍ରଛାତ୍ରୀ ନିଖୋଜ ରହିଛନ୍ତି। ଆଗକୁ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ନେଇ ମଧ୍ୟ ଆଶଙ୍କା ପ୍ରକାଶ ପାଇଛି। ଏଭଳି ଘଟଣା ପରେ ଦିଲ୍ଲୀ ସରକାରଙ୍କୁ ଘେରିଛି ବିଜେପି। କେଜ୍ରିୱାଲ ସରକାରଙ୍କ ଅସଜଡା ଡ୍ରେନେଜ ବ୍ୟବସ୍ଥା ଯୋଗୁ ଏଭଳି ଅଘଟଣ ଘଟିଲା ବୋଲି ଦିଲ୍ଲୀ ବିଜେପି ପକ୍ଷରୁ ଅଭିଯୋଗ କରାଯାଇଛି। ସେପଟେ ଏହି ଘଟଣାର ମାଜିଷ୍ଟ୍ରେଟ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now