ମମତା ବାନାର୍ଜୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ବିସ୍ତୁତ ଭାବେ ଆଲୋଚନା କରିଛନ୍ତି । ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି। ଆଲୋଚନାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଥିଲେ ଯେ ପଶ୍ଚିମବଙ୍ଗ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି । ଏହାଦ୍ୱାରା ରାଜ୍ୟର ଜନସାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *