ଉତ୍ତରପ୍ରଦେଶର ହାଥରସରେ ଅଘଟଣ : ଦଳାଚକଟାରେ ୧୧୬ ମୃତ

Spread the love

ଉତ୍ତରପ୍ରଦେଶର ହାଥରସରେ ବଡ଼ ଅଘଟଣ। ସିକନ୍ଦରାବାଦ ନିକଟ ଫୁଲେର ଗାଁରେ ସତସଙ୍ଗ ଚାଲିଥିଲା ବେଳେ ଦଳାଚକଟାରେ ୧୧୬ ଜଣଙ୍କ ମୃତ୍ୟୁ ହୋଇଛି । ଅନେକ ଲୋକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ମୃତକମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ଥିବା ଜଣାପଡ଼ିଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଏହି ଅଘଟଣକୁ ନେଇ ଉଦ୍‌ବେଗ ପ୍ରକାଶ କରିବା ସହିତ ମୃତ ଲୋକମାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଆଜି ଫୁଲେର ଗାଁରେ ଭୋଲେ ବାବାଙ୍କ ସତସଙ୍ଗ ଚାଲିଥିଲା । ପ୍ରବଚନ ଶୁଣିବାକୁ ଅସମ୍ଭାଳ ଭିଡ଼ ହୋଇଥିଲା । ଭୋଲେ ବାବା ପ୍ରବଚନ ଦେଇ କାର୍ଯ୍ୟକ୍ରମସ୍ଥଳ ଛାଡିବା ପରେ ଶ୍ରଦ୍ଧାଳୁଙ୍କୁ ଛାଡିଥିଲେ ଆୟୋଜକ କମିଟି । ଫଳରେ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅତିଷ୍ଠ ହୋଇପଡିଥିବା ଶ୍ରଦ୍ଧାଳୁ ଶୀଘ୍ର ଟେଣ୍ଟରୁ ବାହାରିବାକୁ ଉଦ୍ୟମ କରିବାରୁ ଦଳଚକଟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *