ଗୁଜରାଟରେ ବନ୍ୟା ବିତ୍ପାତ। ପ୍ରବଳ ବର୍ଷା ଯୋଗୁଁ ପୁଣି ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଗତ ୩ ଦିନରେ ମୃତ୍ୟୁ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରୁ ୧୭,୮୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ପ୍ରଶାସନ, ଏନଡିଆରଏଫ, ଏସଡିଆରଏଫ, ସେନା, ଭାରତୀୟ ବାୟୁସେନା ଏବଂ ଭାରତୀୟ ତଟରକ୍ଷୀ ବାହିନୀ ସହାୟତାରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ସହ କଥା ହୋଇ ସ୍ଥିତି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରିଛି। ଗୁରୁବାର ୧୧ଟି ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଥିବା ବେଳେ ୨୨ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ପ୍ରବଳ ବର୍ଷା ଯୋଗୁଁ ବନ୍ଦେ ଭାରତ ଏକ୍ସପ୍ରେସ ସମେତ ମୁମ୍ବାଇ ଅଭିମୁଖେ ଯାଉଥିବା ୮ଟି ଟ୍ରେନକୁ ବାତିଲ କରାଯାଇଥିବା ବେଳେ ରାସ୍ତା ଘାଟ ଓ ରେଳ ଧାରଣାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
Naxatra News is now on Whatsapp
Join and get latest news update delivered to you via whatsapp
Join Now