ଆଜି ଶପଥ ନେଲେ ଜଷ୍ଟିସ୍ ସଂଜୀବ ଖାନ୍ନା। ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସଂଜୀବ ଖାନ୍ନା। ଦିନ ୧୦ଟାରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ପୂର୍ବତନ ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ସଞ୍ଜୀବ ଖାନ୍ନାଙ୍କୁ ପ୍ରଧାନ ବିଚାରପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖାନ୍ନା। ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ପ୍ରାକ୍ଟିସ ଆରମ୍ଭ କରିଥିଲେ । ଏହାପରେ ହାଇକୋର୍ଟରେ ଓକିଲାତି କରିଥିଲେ।ଦିଲ୍ଲୀ ଆୟକର ବିଭାଗର ସିନୟର ଷ୍ଟାଣ୍ଡିଂ କାଉନସେଲ୍ ଭାବେ ସେ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ସହକାରୀ ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୧ ତାରିଖରୁ ତାଙ୍କ କାର୍ଯ୍ୟକାଳ ଆରମ୍ଭ ହେବ। ଧାରା ୩୭୦ ଉଚ୍ଛେଦ, ନିର୍ବାଚନ ବଣ୍ଡ ଉଚ୍ଛେଦ ଭଳି ବହୁ ଯୁଗାନ୍ତକାରୀ ରାୟ ଦେଇଥିଲେ। ତାଙ୍କ କାର୍ଯ୍ୟକାଳ ୬ ମାସରୁ ଅଧିକ ରହିବ। ୨୦୨୫ ମେ ୧୩ ତାରିଖ ପର୍ଯ୍ୟନ୍ତ ପ୍ରଧାନ ବିଚାରପତି ରହିବେ ଜଷ୍ଟିସ ସଂଜୀବ ଖାନ୍ନା। ଗତକାଲି ସରିଛି ସିଜେଆଇ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ। ୨୦୧୯ ଜାନୁଆରୀରେ ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ସୁପ୍ରିମକୋର୍ଟ ବିଚାରପତି ଭାବେ ଯୋଗ ଦେଇଥିଲେ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now