ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ

Spread the love

ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା କାରଣରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାଯାଇଛି। ଗତକାଲି ବିଳମ୍ବିତ ରାତିରେ ଅସୁସ୍ଥ ହୋଇ ପଡ଼ିଥିଲେ ଆଡଭାନୀ। ଆଡଭାନୀ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ଆଡଭାନୀଙ୍କୁ ୯୬ ବର୍ଷ ହୋଇଥିବା ବେଳେ ବୟସାଧିକ କାରଣରୁ ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ରହିଛି। ଗତ ମାର୍ଚ୍ଚ ମାସରେ ଲାଲକୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନଜନକ ପୁରସ୍କାର ଭାରତ ରତ୍ନରେ ସମ୍ମାନିତ କରାଯାଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଡଭାନୀଙ୍କ ଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ଏହି ପୁରସ୍କାର ପ୍ରଦାନ କରିଥିଲେ।

Leave a Reply

Your email address will not be published. Required fields are marked *