ତ୍ରିବେଣୀ ସଙ୍ଗମରେ ବୁଡ ପକାଇଲେ ରାଷ୍ଟ୍ରପତି

ପବିତ୍ର ମହାକୁମ୍ଭ ମେଳା ଚାଲିଛି । ତ୍ରିବେଣୀ ସଙ୍ଗମରେ ଚଳଚଞ୍ଚଳ ପରିବେଶ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ପ୍ରୟାଗରାଜର ମହାକୁମ୍ଭ ରେ ସକାଳୁ ସକାଳୁ ବୁଡ ପକାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତରେ କଡା କଡି ବ୍ୟବସ୍ଥା ଗ୍ରହଣ କରାଯାଇଛି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିଛନ୍ତି ।

ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେ ପ୍ରଥମ ଥର ପାଇଁ ଦ୍ରୌପଦୀ ମୁର୍ମୁ କୁମ୍ଭମେଳାରେ ବୁଡ ପକାଇଛନ୍ତି । ରାଷ୍ଟ୍ରପତି ତ୍ରିବେଣୀରେ ପକ୍ଷୀ ମାନଙ୍କୁ ଖାଇବାକୁ ଦେଇଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *