ଇଟାଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Spread the love

ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଇଟାଲୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏହା ମୋଦିଙ୍କ ପ୍ରଥମ ବିଦେଶ ଗସ୍ତ। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ନିମନ୍ତ୍ରଣରେ ଇଟାଲୀ ଯାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବିମାନ ବନ୍ଦରରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ଏହି ଅବସରରେ ସେ ଜର୍ଜିଆଙ୍କ ସହ ଭାରତ-ଇଟାଲୀ ଦ୍ବିପାକ୍ଷିକ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଏହି ସମ୍ମିଳନୀରେ ଆମେରିକା, ଫ୍ରାନ୍ସ, ଜାପାନ, କାନାଡା ଓ ୟୁକ୍ରେନ ଦେଶର ରାଷ୍ଟ୍ରମୁଖ୍ୟ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୋଦିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷାକୁ ଅଧିକ କଡ଼ାକଡ଼ି କରାଯାଇଛି ।

Leave a Reply

Your email address will not be published. Required fields are marked *