ପରଲୋକରେ ରାମୋଜୀ ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜୀ ରାଓ

Spread the love

ରାମୋଜୀ ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜୀ ରାଓଙ୍କ ପରଲୋକ ହେଇଛି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ବର୍ଷ ବୟସ ହୋଇଥିଲା। ଗତକାଲି ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ଭୋର ୪ଟା ୫୦ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ତେବେ ତାଙ୍କ ପ୍ରାର୍ଥିବ ଶରୀର ଫିଲ୍ମ ସିଟି ସ୍ଥିତ ବାସଭବନକୁ ଅଣାଯାଇଛି । ଗଣମାଧ୍ୟମ ଓ ସାହିତ୍ୟ କ୍ଷେତ୍ରରେ ରାମୋଜୀ ରାଓଙ୍କ ଉଲ୍ଲେଖନୀୟ ଅବଦାନ  ରହିଛି । ଏଥିପାଇଁ ତାଙ୍କୁ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା।

Leave a Reply

Your email address will not be published. Required fields are marked *