ସମଲିଙ୍ଗୀ ବିବାହ, ପୁନର୍ବିଚାର ଆବେଦନ ଖାରଜ

ସମଲିଙ୍ଗୀ ବିବାହକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ତେବେ ପୂର୍ବରୁ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ମନା କରି ଦେଇଥିଲେ । ତେବେ ୨୦୨୩ରେ ସର୍ବୋଚ୍ଚ ନ୍ୟାୟାଳୟ ଏହାକୁ ମନା କରିଦେଇଥିଲେ । ପୂର୍ବରୁ ସୁପ୍ରିମକୋର୍ଟ ଐତିହାସିକ ରାୟରେ କହିଥିଲେ, ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବା ପାଇଁ ସମ୍ବିଧାନରେ କୌଣସି ବ୍ୟବସ୍ଥା ନାହିଁ ।

ପୂର୍ବ ରାୟ ଉପରେ ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ ହୋଇଥିଲା। ହେଲେ ଗୁରୁବାର  ଏହାକୁ ଖାରଜ କରିଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ପୂର୍ବର ନିଷ୍ପତ୍ତି ଠିକ ରହିଥିଲା, ତେଣୁ ସେଥିରେ ହସ୍ତକ୍ଷେପ କରିବାର କୌଣସି କାରଣ ନାହିଁ ବୋଲି ରିଭ୍ୟୁ ପିଟିସସନକୁ ଖାରଜ କରିଦେଇଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *