ଆତ୍ମହତ୍ୟା କଲେ ବିଜେପି ନେତ୍ରୀ

ଗୁଜରାଟର ସୁରଟରେ ଜଣେ ବିଜେପି ନେତ୍ରୀ ଆତ୍ମହତ୍ୟା ଘଟଣା । ଦୀପିକା ପଟେଲ ସୁରଟର ୱାର୍ଡର ନମ୍ବର ୩୦ରେ ବିଜେପି ମହିଳା ମୋର୍ଚ୍ଚା ପାଇଁ କାମ କରୁଥିଲେ।

ସୂଚନା ଅନୁଯାୟୀ “ଦୀପିକା ରବିବାର ତାଙ୍କ ଘରେ ଆତ୍ମହତ୍ୟା କରିଥିଲେ। ସ୍ଥାନୀୟ କର୍ପୋରେଟର ଓ ଦୀପିକାଙ୍କ ପରିବାର ଲୋକ ତାଙ୍କୁ ହସ୍ପିଟାଲ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଫରେନ୍ସି ଟିମ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରିଥିବା ବେଳେ ଏଯାଏ କୌଣସି ପ୍ରକାରର ସୁଇସାଇଡାଲ ନୋଟ ମିଳି ନାହିଁ। ବର୍ତ୍ତମାନ ତାଙ୍କର କଲ ରେକର୍ଡକୁ ମଧ୍ୟ ଯାଞ୍ଚ କରାଯାଉଛି।ଦୀପିକାଙ୍କ ସ୍ୱାମୀ ତାଙ୍କର ୩ ଜଣ ଛୋଟ ପିଲା ମଧ୍ୟ ରହିଛନ୍ତି। ଏନେଇ ପୋଲିସ୍‌ ଏକ ମାମଲା ରୁଜୁ କରିଛି। 

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *