ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚଳିତଥର ପର୍ଯ୍ୟଟକଙ୍କ ପାଇଁ ତିଆରି ହୋଇଛି ସ୍କାଏ ଓ୍ବାକ୍। ଏହା ଉପରକୁ ଯାଇ ପର୍ଯ୍ୟଟକମାନେ ପୁରା ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ। ଏହା କାଠରେ ନିର୍ମିତ ହୋଇଥିବାରୁ ଗୋଟିଏ ଥରରେ ୨୦ ପର୍ଯ୍ୟଟକଙ୍କୁ ଏହା ଉପରକୁ ଯିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି। କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ଗତ ମେ’ ପହିଲାରୁ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ଏଠାରେ ବିଭିନ୍ନ ପ୍ରଜାତିର ପଶୁପକ୍ଷୀ, ବଗ ଗହନରେ ପକ୍ଷୀଙ୍କ କଳରବ, ନଦୀ କୂଳରେ ବଉଳା କୁମ୍ଭୀର ଶୋଇଥିବାର ଦୃଶ୍ୟ ଓ ବିଶେଷକରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ।

Naxatra News is now on Whatsapp
Join and get latest news update delivered to you via whatsapp
Join Now