ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ହଟିଲା ସସପେନ୍ସ। ଘୋଷଣା ହେଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ପରେ ଘୋଷଣା ହୋଇଛି ମୁଖ୍ୟମନ୍ତ୍ରୀଙ୍କ ନାଁ। କେନ୍ଦୁଝର ବିଧାୟକ ମୋହନ ମାଝୀ ରାଜ୍ୟର ମୁଖ୍ୟମନ୍ତ୍ରୀ ବୋଲି ଘୋଷଣା କରାଯାଇଛି। ଏଥିସହ ୨ଜଣ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଉପମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଉଭୟଙ୍କ ନାଁ ଘୋଷଣା କରିଛନ୍ତି ରାଜନାଥ ସିଂହ। କେନ୍ଦ୍ରମନ୍ତ୍ରୀ ତଥା ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପିନ୍ଦର ଯାଦବଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ସେପଟେ ଆସନ୍ତାକଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝୀ। ଏନେଇ ଜନତା ମୈଦାନରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଅପରାହ୍ନ ୨ଟାରୁ ସନ୍ଧ୍ୟା ୭ଟା କିମ୍ୱା ଶପଥ ସମାରୋହ ସରିବା ଯାଏଁ କଟକଣା ରହିବ। ତେବେ ଜନତା ମୈଦାନରେ ଶପଥଗ୍ରହଣ ଉତ୍ସବ ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୫ ଘଣ୍ଟାର ଟ୍ରାଫିକ କଟକଣା ଜାରି କରିଛି କମିସନରେଟ ପୋଲିସ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *