() ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ କରାଯିବ ସ୍ୱତନ୍ତ୍ର ନୀତିକାନ୍ତି। ସନ୍ଧ୍ୟା ୭ଟାରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ସାଢେ ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।
ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀଜିଉଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଗୁପ୍ତ ସେବା ନୀତି ଯୋଗୁଁ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ। ନୀତିକାନ୍ତି ସମ୍ପନ୍ନ ହେବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।
Naxatra News is now on Whatsapp
Join and get latest news update delivered to you via whatsapp
Join Now