ଆଇପିଏସ୍ ଅଫିସର ରାଜେଶ ପଣ୍ଡିତ ନିଲମ୍ୱିତ

ଆଇପିଏସ୍ ଅଫିସର ରାଜେଶ ପଣ୍ଡିତ ନିଲମ୍ବିତ । ମହିଳା ଇନ୍ସପେକ୍ଟର ଓ ତାଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗରେ ଆଇପିଏସ୍ ଅଫିସର ରାଜେଶ ପଣ୍ଡିତଙ୍କୁ ନିଲମ୍ବିତ କରାଯାଇଛି। ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତରୁ ଫେରିବା ପରେ ଏହି ଘଟଣା ସମ୍ପର୍କରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଶୃଙ୍ଖଳିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ କାର୍ଯ୍ୟରୁ ତୁରନ୍ତ ନିଲମ୍ବନ କରିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ସଂପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ସୂଚନା ମୁତାବକ, ଗତ ୨୭ ତାରିଖରେ ଆଇପିଏଏସ୍ ପଣ୍ଡିତ୍ କ୍ରାଇମବ୍ରାଞ୍ଚ ର ଏକ ଶାଖାରେ କାର୍ଯ୍ୟରତ ମହିଳା ଇନ୍ସପେକ୍ଟରଙ୍କ ଘରକୁ ଯାଇ ସେଠାରେ ଭଙ୍ଗାରୁଜା କରିବା ସହ ତାଙ୍କ ସ୍ୱାମୀଙ୍କୁ ମାଡ ମାରିବା ସହ ମହିଳା ଇନ୍ସପେକ୍ଟରଙ୍କୁ ବିବାହ କରିବାକୁ କହିଥିଲେ । ଏହି ଘଟଣାକୁ ନେଇ ମହିଳା ଇନ୍ସପେକ୍ଟରଙ୍କ ସ୍ୱାମୀ ମାମଲା ଦାଏର କରିଥିଲେ ବି ପୋଲିସ ଏହାକୁ ଚପାଇ ଦେବାକୁ ଚେଷ୍ଟା କରିଥିବା ଅଭିଯୋଗ ହୋଇଥିଲା ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *