ଆଡପ ଅବଢ଼ା ପାଇ ଧନ୍ୟ ମନେ କଲେ ଭକ୍ତ

ଜନ୍ମବେଦୀ ଆଡ଼ପମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ। ଆଜିଠାରୁ ଶ୍ରଦ୍ଧାଳୁ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ବାହାରିଛି ପ୍ରଥମ ଆଡ଼ପ ଅବଢ଼ା। ଆଉ ଆଡପ ଅବଢ଼ା ପାଇ ଭକ୍ତମାନେ ନିଜକୁ ଧନ୍ୟ ମନେକରିଛନ୍ତି। ସକାଳୁ ଗୁଣ୍ଡିଚା ମନ୍ଦିରରେ ଉଭୟ ପରିମାଣିକ ଓ ସାହାଣମେଳା ଦର୍ଶନ କରାଯାଉଛି । ଲୋକମାନେ ବ୍ୟାରିକେଡ଼ରେ ଧାଡିରେ ଯାଇ ଠାକୁରଙ୍କୁ ଦର୍ଶନ କରୁଛନ୍ତି। ଠାକୁରଙ୍କ ଆଡ଼ପ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିର ନିକଟରେ ଲମ୍ବା ଲାଇନ ଦେଖିବାକୁ ମିଳିଛି। ଅପରାହ୍ନ ୨ଟା ପୂର୍ବରୁ ଆଡ଼ପ ଅବଢ଼ା ବାହାରିଥିଲା । ଅନ୍ୟପକ୍ଷରେ ଆସନ୍ତାକାଲି ହେରାପଞ୍ଚମୀ ଯୋଗୁଁ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଗୁଣ୍ଡିଚା ମନ୍ଦିରରେ ଆଜି ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦତ୍ତମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଆଜି ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଚାଲୁରହିବ ବୋଲି ଜଣାପଡିଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *