ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ଘୋଷଣା: ଋତୁସ୍ରାବ ପାଇଁ ମହିଳାଙ୍କୁ ମିଳିବ ଗୋଟିଏ ଦିନ ଛୁଟି

ଆଜି ସ୍ୱାଧିନତା ଦିବସ। ଏହି ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ବଡ ଘୋଷଣା କରିଛନ୍ତି। ଏଣିତି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାଙ୍କୁ ମିଳିବ ଗୋଟିଏ ଦିନ ଛୁଟି । ଉପମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା ହୋଇଥିବା ଏହି ନିୟମ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ପାଇଁ ଲାଗୁ କରାଯିବ। ରାଜ୍ୟ ସରକାର ଖୁବଶୀଘ୍ର ଋତୁସ୍ରାବ ସ୍ୱାସ୍ଥ୍ୟ ନୀତି ଆଣିବାକୁ ଯାଉଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରଥମ ୧୦୦ ଦିନିଆ କାର୍ଯ୍ୟ ଭିତରେ ଏପରି ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଋତୁସ୍ରାବ ସମୟରେ ଛୁଟି ଦେବା ପାଇଁ ବିଭିନ୍ନ ସମୟରେ ଦାବି ହୋଇ ଆସୁଥିଲା। ଏହା ଏବେ କାର୍ଯ୍ୟକାରୀ ହେବାକୁ ଯାଉଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *