ପୁରୀ ବାଣ ବିସ୍ଫୋରଣ ଘଟଣା : ବଢୁଛି ମୃତ୍ୟୁ ସଂଖ୍ୟା

Spread the love

() ପୁରୀ ବାଣ ବିସ୍ଫୋରଣ ଘଟଣା। ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ହୋଇଛି। ଆହୁରି ୨୪ ଜଣ ଗୁରୁତରଙ୍କ ଚିକିତ୍ସା ଚାଲିଛି। ସେମାନଙ୍କ ମଧ୍ୟରେ ୫ଜଣ ନାବାଳକ ରହିଥିବା ବେଳେ ୫ ଜଣଙ୍କ ସ୍ଥିତି ଗମ୍ଭୀର ରହିଛି। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁତରଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ୨୫ଜଣଙ୍କୁ କଟକ ଓ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ମୃତକଙ୍କ ପରିବାରକୁ ୪ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଆହତ ମାନଙ୍କୁ ଭେଟି ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ହସ୍ପିଟାଲ କର୍ତ୍ତୃପକ୍ଷ ଓ ଡାକ୍ତର ମାନଙ୍କ ସହ ଆଲୋଚନା କରିଛନ୍ତି । ଅନ୍ୟପଟେ ନିଜ ତରଫରୁ ମାମଲା ରୁଜୁ କରିଛି ପୁଲିସ।

Leave a Reply

Your email address will not be published. Required fields are marked *