ପୂର୍ବତନ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ପୂର୍ବତନ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ରେଡ୍। ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ରେଡ୍ କରିଛି । ଭୁବନେଶ୍ୱର, କଟକ ଓ ଝାରସୁଗୁଡ଼ାର ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଏବଂ ଖଣ୍ଡଗିରିରେ ମୋଟ୍ ୪ଟି ସ୍ଥାନରେ, ଝାରସୁଗୁଡା ଆସିଆନା ଆପାର୍ଟମେଣ୍ଟର ୩ଟି ଫ୍ଲାଟ ଏବଂ କଟକ ଆଠଗଡ ସ୍ଥିତ ପୈତୃକ ଘର ଏବଂ ତିଗିରିଆରେ ସଂପର୍କୀୟଙ୍କ ଘରେ ରେଡ୍ ଚାଲିଛି । ଏହି ଚଢାଉରେ ୧୨ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର, ୧୬ ଜଣ ଏଏସ୍ଆଇ ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *